Odisha news

ଆସନ୍ତାକାଲିଠାରୁ ମାର୍ଚ୍ଚ ୩୧ ଜଗନ୍ନାଥଙ୍କ ଦର୍ଶନ ବନ୍ଦ

0

ପୁରୀ,୧୯ା୩ : କରୋନା ନେଇ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏକ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି । ଆସନ୍ତାକାଲିଠାରୁ ମାର୍ଚ୍ଚ ୩୧ ଯାଏ ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବା ନେଇ ନିଷ୍ପତ୍ତି ହୋଇଛି । କାଲିଠାରୁ ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁମାନେ ପ୍ରବେଶ କରିପାରିବେ ନାହିଁ । କେବଳ ନୀତିକାନ୍ତି ପାଇଁ ସେବାୟତମାନେ ଶ୍ରୀମନ୍ଦିର ଭିତରକୁ ଯାଇ ପାରିବେ । ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ସୂଚନା ଦେଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ, କିଛି ଦିନ ପୂର୍ବରୁ କରୋନାର ଭୟାବହତାକୁ ଦୃଷ୍ଟିରେ ରଖି ପୁରୀରେ ମହାପ୍ରଭୁଙ୍କ ଦର୍ଶନ ଉପରେ ଜିଲ୍ଲା ପ୍ରଶାସନ କଟକଣା ଲଗାଇଛି । ଦର୍ଶନାର୍ଥୀ ନିଜ
ସମ୍ପର୍କରେ ନିର୍ଦ୍ଧାରିତ ଫର୍ମରେ ତଥ୍ୟ ଦେବାକୁ ବାଧ୍ୟତାମୂଳକ କରାଯାଇଛ । ଜ୍ୱର, ଥଣ୍ଡା ହୋଇଥିଲେ ଦର୍ଶନ ପାଇଁ ନ ଆସିବାକୁ ପରାମର୍ଶ ଦେଇଛି ଜିଲ୍ଲା ପ୍ରଶାସନ । ପରିବାରର କେହି ବିଦେଶରୁ ଫେରିଥିଲେ ଫର୍ମରେ ସ୍ପଷ୍ଟ ଭାବେ ଉଲ୍ଲେଖ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । କରୋନା ସଂକ୍ରମଣରୁ ରକ୍ଷା ପାଇବା ଲାଗି ଶ୍ରୀମନ୍ଦିରରେ କେତେକ ପୂଜାବିଧି ଏବଂ ପରମ୍ପରା ଉପରେ କଟକଣା ଲାଗୁ କରାଯାଇଛି ।

Leave A Reply