Odisha news

କରୋନା ଭୂତାଣୁ ରୋଗ (କୋଭିଡ୍‌-୧୯)ର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ଓଡ଼ିଶା ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ଉପରେ ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ଶ୍ରୀ ସୁବ୍ରତ ବାଗ୍‌ଚୀ ଆଜି ଅପରାହ@ରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

0

 ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ କୋଭିଡ୍‌-୧୯ ଜଟିଳ ପରିସ୍ଥିତିରେ ଡାକ୍ତର, ପାରାମେଡିକ୍ସ ଓ ସ୍ୱାସ୍ଥ୍ୟ ବିଭାଗର ସମସ୍ତ କର୍ମଚାରୀ ତ୍ୟାଗ, ନିଷ୍ଠା ଓ ସେବା ମନୋବୃତ୍ତିର ପରିଚୟ ଦେଇ କାର୍ଯ୍ୟ କରୁଥିବାରୁ ସେମାନଙ୍କୁ ଆନ୍ତରିକ ଧନ୍ୟବାଦ ଜଣାଇଛନ୍ତି । ଏପରି ଅସାଧାରଣ ପରିସ୍ଥିତିରେ ସେମାନଙ୍କ ଉତ୍ସାହକୁ ଅଭିନନ୍ଦନ ଜଣାଇବା ସହିତ ସେମାନଙ୍କ ସେବାକାର୍ଯ୍ୟ ନିମନ୍ତେ ସମସ୍ତ ଡାକ୍ତର ଓ ସ୍ୱାସ୍ଥ୍ୟସେବାସଂପୃକ୍ତ କର୍ମଚାରୀଙ୍କୁ ଅପ୍ରେଲ, ମଇ, ଜୁନ୍‌ ଓ ଜୁଲାଇ ମାସର ବେତନ ଅଗ୍ରୀମ ଆକାରରେ ଆସନ୍ତା ଅପ୍ରେଲ୍‌ ମାସରେ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସ୍ୱାସ୍ଥ୍ୟସେବାରେ ସଂପୃକ୍ତ କର୍ମଚାରୀମାନଙ୍କୁ ଅସହଯୋଗ କିମ୍ବା ଦୁର୍ବ୍ୟବହାର ପ୍ରଦର୍ଶନ କରୁଥିବା
ବ୍ୟକ୍ତିବିଶେଷଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି ।
 କୋଭିଡ୍‌-୧୯ ସମଗ୍ର ବିଶ୍ୱରେ ଅସାଧାରଣ ପରିସ୍ଥିତି ସୃଷ୍ଟି କରିଛି । ଏହାକୁ ନିୟନ୍ତ୍ରଣ କରିବାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରତିକାରାତ୍ମକ ପଦକ୍ଷେପ ନେଇଛନ୍ତି । ଏହି ପରିପ୍ରେକ୍ଷୀରେ ମାନ୍ୟବର ମୁଖ୍ୟମନ୍ତ୍ରୀ ସମାଜର ପ୍ରତ୍ୟେକ ବର୍ଗଙ୍କଠାରୁ ସହଯୋଗ ପାଇଁ ଅନୁରୋଧ କରିଛନ୍ତି ।
 ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ସୁରୁଖୁରୁରେ ବିନା ପ୍ରତିବନ୍ଧକରେ ଅବ୍ୟାହତ ରହିବ । ଏଥି ପ୍ରତି ଜନସାଧାରଣ ବିଚଳିତ ବା ଆତଙ୍କିତ ନହେବାକୁ ରାଜ୍ୟ ସରକାର ସମସ୍ତଙ୍କୁ ଅନୁରୋଧ କରିଛନ୍ତି ।
 କୋଭିଡ୍‌-୧୯ ସଂକ୍ରମଣକୁ ପ୍ରତିରୋଧ କରିବା ପରିପ୍ରେକ୍ଷୀରେ ରାଜ୍ୟ ସରକାର କରିଥିବା ଉଦ୍ୟମକୁ ସମର୍ଥନ କରି ଏକ ଦାୟିତ୍ୱସଂପନ୍ନ ସରକାରୀ ଉଦ୍ୟୋଗ ଭାବେ ଓଡ଼ିଶା ଖଣି ନିଗମ ୫୦୦ କୋଟି
ଟଙ୍କ । ମୁଖ୍ୟମନ୍ତ୍ରୀଙ୍କ ର ଲି ଫି ୍‌ ପାଣ୍ଠିକୁ ସହାୟତା ପ୍ରଦାନ କରିଛ;ି । ପ୍ରକାଶ ଥାଉ କି, ଗତ ଫେ ବୃଆରୀ ୨୦୨୦ରେ ଓଏମ୍‌ସି ତରଫରୁ ୧୦୦ କୋଟି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ପ୍ରଦାନ କରାଯାଇଥିଲା ।
 ରାଜ୍ୟରେ କୋଭିଡ୍‌-୧୯କୁ ନିୟନ୍ତ୍ରଣ କରିବା ପାଇଁ ପଦକ୍ଷେପ ସ୍ୱରୂପ ରାଜ୍ୟ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିରୁ ୩୦ ଜିଲ୍ଲା ପାଇଁ ୪୪.୫୦ କୋଟି ଟଙ୍କା ପ୍ରତ୍ୟେକ ଜିଲ୍ଲା ରେଡ୍‌କ୍ରସ୍‌ ପାଣ୍ଠିକୁ ପ୍ରଦାନ କରାଯାଇଛି । ଗଞ୍ଜାମ ଓ ମାଲ କାନ ଗିରି ଜିଲ ୍ଲାକୁ ୩ କୋଟି ଟଙ୍କ । ଲେ ଖାଏଁ, ବାଲେ ଶର୍ୱ , ବର ଗଡ଼, ବଲାଙ୍ଗୀର, କଟକ, କଳାହାଣ୍ଡି, କେନ୍ଦ୍ରାପଡ଼ା, କେଉଁଝର, ଖୋର୍ଦ୍ଧା, ନୟାଗଡ଼, ପୁରୀ ଓ ସମ୍ବଲପୁର ଜିଲ୍ଲାକୁ ୨ କୋଟି ଟଙ୍କା ଲେଖାଏଁ, ଅନୁଗୋଳ, ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ଗଜପତି, ଜଗତସିଂହପୁର, ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କୋରାପୁଟ, ମୟୂରଭଞ୍ଜ, ନୂଆପଡ଼ା, ନବରଙ୍ଗପୁର, ରାୟଗଡ଼ା, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ ଜିଲ୍ଲାକୁ ପ୍ରତ୍ୟେକ ୧ କୋଟି ଟଙ୍କା ଏବଂ ଦେବଗଡ଼ ଜିଲ୍ଲାକୁ ୫୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି ।
 ଓଡ଼ିଶା ରାଜ୍ୟ ଔଷଧ ନିଗମ ଶୀଘ୍ର ଔଷଧ ଓ ମେଡ଼ିକାଲ୍‌ ଉପକରଣ ଯୋଗାଉଥିବା ସଂସ୍ଥାଗୁଡିକ ପାଇଁ ଆଗୁଆ ପ୍ରୋତ୍ସାହନ ଘୋଷଣା କରିଛନ୍ତି । ସପ୍ତାହକ ମଧ୍ୟରେ ଯୋଗାଣ ପାଇଁ ୫୦ ପ୍ରତିଶତ, ୧୫ ଦିନ ମଧ୍ୟରେ ଯୋଗାଣ ପାଇଁ ୨୫ ପ୍ରତିଶତ ଓ ମାସକ ମଧ୍ୟରେ ଯୋଗାଣ ପାଇଁ ୧୦ ପ୍ରତିଶତ ଅତିରିକ୍ତ ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ । ଅନୁରୂପ ଭାବରେ ଉପକରଣ ପରିବହନ ବାବଦରେ ସମସ୍ତ ଖର୍ଚ୍ଚ ସମେତ ସମସ୍ତ ପ୍ରାପ୍ୟ ୨୪ ଘଣ୍ଟା ମଧ୍ୟରେ ପ୍ରଦାନ କରାଯିବ ବୋଲି ସୁନିଶ୍ଚିତ ହୋଇଛି ।
 ଲକ୍‌ ଡାଉନ୍‌ ସମୟରେ ଅତ୍ୟାବଶ୍ୟକ ଦ୍ରବ୍ୟ ପରିବହନ କରୁଥିବା ମାଲବାହୀ ଯାନବାହନଗୁଡ଼ିକର ଚଳାଚଳ ଅବ୍ୟାହତ ରହିବ ।
 ଓଡ଼ିଶାର ଶçଳ୍ପୋଦ୍ୟୋଗଗୁଡ଼ିକୁ ଆବ ଶ୍ୟକ ମେଡିକାଲ ୍‌ ଉପକର ଣ ଯଥା-ପୋର୍ଟେବୁଲ ୍‌ ଭେ ଣ୍ଟିଲେ ଟର, ମାସ୍କ ଏବଂ ସାନିଟାଇଜର ଇତ୍ୟାଦି ପ୍ରଦାନ କରିବାକୁ ରାଜ୍ୟ ସରକାର ଅନୁରୋଧ କରିଛନ୍ତି । ଏହି ପରିପ୍ରେକ୍ଷୀରେ ଇଣ୍ଡିଆନ୍‌ ଫାର୍ମର୍ସ ଫଟିଲାଇଜର କୋପରେଟିଭ୍‌ (ଇଫ୍‌କୋ) ଏ ଦିଗରେ ପ୍ରଥମେ ପଦକ୍ଷେପ ନେଇ ଆବଶ୍ୟକୀୟ ମେଡିକାଲ୍‌ ଉପକରଣ ଯୋଗାଇଛନ୍ତି ।
 ରାଜ୍ୟ ବାହାରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ ସମୁଦାୟ ୭୮,୨୩୩ ଜଣ ବ୍ୟକ୍ତି ଆସିଛନ୍ତି । ଗଞ୍ଜାମ ଜିଲ୍ଲାକୁ ସର୍ବାଧିକ ୧୧,୦୮୪ ଜଣ ବ୍ୟକ୍ତି ଆସିଥିବାବେଳେ ବାଲେଶ୍ୱରକୁ ୬୪୪୨ ଜଣ ବ୍ୟକ୍ତି ଆସିଛନ୍ତି । କଳାହାଣ୍ଡି ଓ ଫୁଲବାଣୀ ଜିଲ୍ଲାକୁ ଯଥାକ୍ରମେ ୪୪୪୮ ଓ ୪୩୦୬ ଜଣ ବ୍ୟକ୍ତି ଆସିଛନ୍ତି ।
 ରାଜ୍ୟ ବାହାରୁ ଆସୁଥିବା ଲୋକମାନଙ୍କୁ ସ୍ୱତଃପ୍ରବୃତ୍ତ ଭାବରେ ୧୪ ଦିନ ନିମନ୍ତେ ସଙ୍ଗରୋଧରେ ରହିବାକୁ ବୁଝାଇବା ପାଇଁ ଗ୍ରାମପଞ୍ଚାୟତ ସରପଞ୍ଚମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏ ବାବଦରେ ସମସ୍ତ ପଞ୍ଚାୟତ ସମିତି ଓ ଜିଲ୍ଲା କର୍ତ୍ତୃପକ୍ଷମାନଙ୍କୁ ମଧ୍ୟ ଅନୁରୂପ ନିର୍ଦ୍ଦେଶ ଦିଆଯାଇଛି ।
 ପ୍ରାଣୀସଂପଦ ବିଭାଗୀୟ ସେବାକୁ ଅତ୍ୟାବଶ୍ୟକ ସେବା ଭାବେ ଅନ୍ତର୍ଭୁକ୍ତ କରାଯାଇଛି ଏବଂ ଆଜିଠାରୁ ଏହି ସେବା ଲକ୍‌ ଡାଉନ୍‌ ସମୟରେ କଟକଣାମୁକ୍ତ ରହିବ ।
 ଆଜି ଦିନ ୧୨ଟା ସୁଦ୍ଧା ଓଡ଼ିଶାରେ ୧୩୩ଟି ନମୁନା କୋଭିଡ୍‌-୧୯ ପରୀକ୍ଷା ପାଇଁ ପଠାଯାଇଥିବାବେଳେ ୧୨୯ଟି ନମୁନାର ରିପୋର୍ଟ ହସ୍ତଗତ ହୋଇଛି । ୪ଟି ନମୁନାର ରିପୋର୍ଟ ହସ୍ତଗତ ହୋଇନାହିଁ । ଏ ପର୍ଯ୍ୟନ୍ତ ୨ଟି ପଜିଟିଭ୍‌ ରହିଥିବାବେଳେ ଆଉ କୌଣସି ନୂଆ ପଜିଟିଭ୍‌
ଚିହ୍ନଟ ହୋଇନାହିଁ ।
 ଓଡ଼ିଶାରେ ସଂକ୍ରମଣ ଚିହ୍ନଟ ହୋଇଥିବା ୨ ଜଣ ରୋଗୀଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଅଛି । ଉଭୟ ହସ୍‌ପିଟାଲ୍‌ରେ ଦିଆ ଯାଉଥିବା ଖାଦ୍ୟ ଖାଉଛନ୍ତି ।
 ରୋଗୀଙ୍କ ସଂସ୍ପର୍ଶରେ ବର୍ତ୍ତମାନ ସୁଦ୍ଧା ୫୫ ଜଣ ଆସିଥିବା ତଥ୍ୟ ମିଳିଛି । ସେମାନଙ୍କ ମଧ୍ୟରୁ ୫୫ ଜଣଙ୍କ ସହ ଯୋଗାଯୋଗ ହୋଇଛି ।
 ଭୁବନେଶ୍ୱରରେ ୧୦ଟି ମନଟରିଂ ଟିମ୍‌ ସମେତ ସାରା ରାଜ୍ୟରେ ୧୦୦ଟି ମନିଟରିଂ ଟିମ୍‌ ଏଥିପାଇଁ କାର୍ଯ୍ୟ କରୁଛନ୍ତି ।
 ବର୍ତ୍ତମାନ ସୁଦ୍ଧା ୪୦୧୫ ଜଣ ୧୦୪ ହେଲ୍‌ପ ଲାଇନ୍‌ ଏବଂ ପୋର୍ଟାଲ୍‌ ଜରିଆରେ ପଞ୍ଜୀକରଣ କରିଛନ୍ତି ।
 କୋଭିଡ୍‌-୧୯ରେ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ୩୬ ଜଣଙ୍କୁ ଡାକ୍ତରଖାନାରେ ଆଇସୋଲେସନ୍‌ରେ ରଖାଯାଇଛି ।

Leave A Reply