କରୋନା ଭୂତାଣୁ ରୋଗ (କୋଭିଡ୍-୧୯)ର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ଓଡ଼ିଶା ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ଉପରେ ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ଶ୍ରୀ ସୁବ୍ରତ ବାଗ୍ଚୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ସୂଚନା ଓ ଲୋକସଂପର୍କ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ ଏବଂ କମିଶନର, ରେଳ କୋର୍ଡିନେସନ୍ ଶ୍ରୀ ମନୋଜ କୁମାର ମିଶ୍ର ଆଜି ଗଣମାଧ୍ୟମକୁ ସୂଚନା ଦେଇଛନ୍ତିା
ଭୁବନେଶ୍ୱର : ୦୨ ମଇ,୨୦୨୦: ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡ଼ିଓ କନ୍ଫରେନ୍ସ ଜରିଆରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଶ୍ରୀ ବି.ଏସ୍. ୟେଦୁରାªା ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଓ୍ୱାଇ.ଏସ୍. ଜଗନ୍ମୋହନ ରେzୀଙ୍କ ସହିତ ଉଭୟ ରାଜ୍ୟରେ ଅଟକି ରହିଥିବା ଓଡ଼ିଆମାନଙ୍କ ଫେରିବା ସମ୍ପର୍କରେ ଆଲୋଚନା କରିଥିଲେ । ଏହି ଆଲୋଚନାରେ କେନ୍ଦ୍ର ପେଟ୍ରୋଲିୟମ୍ ଓ ଇସ୍ପାତ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭିଡ଼ିଓ କନ୍ଫରେନ୍ସ ଜରିଆରେ ଯୋଗ ଦେଇ ସେମାନଙ୍କର ସୁରକ୍ଷିତ ଫେରିବା ଉପରେ ଗୁରତ୍ୱାରୋପ କରିଥିଲେ । ଲକ୍ଡାଉନ୍ ସମୟରେ ଉଭୟ ରାଜ୍ୟ ସରକାର ସେଠାରେ ରହିଥିବା ଓଡ଼ିଆମାନଙ୍କର ଉପଯୁକ୍ତ ଯନି ନେଇଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଓ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ଓଡ଼ିଶା ଫେରିବାକୁ ଚାହୁଁଥିବା ଓଡ଼ିଆ ଲୋକମାନେ ଯେପରି ସୁବିଧାରେ ଫେରି ଆସିପାରିବେ ସେଥିପାଇଁ ମୁଖ୍ୟମନ୍ତ୍ରୀ ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହଯୋଗ କାମନା କରିଥିଲୋ
ଆଲୋଚନା ସମୟରେ ଉଭୟ କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଦର୍ଶାଇଥିଲେ ଯେ ସେମାନଙ୍କ ରାଜ୍ୟ ସରକାର ଇତି ମଧ୍ୟରେ ଅନେକ କାର୍ଯ୍ୟପନ୍ଥା ଗ୍ରହଣ କରିଛନ୍ତିା ଯେଉଁମାନେ ଚାହିଁବେ ସେମାନେ ସେଠାରେ ରହି ମଧ୍ୟ କାମ କରିପାରିବୋ ଯେଉଁମାନେ ନିଜ ରାଜ୍ୟକୁ ଫେରିବାକୁ ଚାହୁଁଛନ୍ତି, ସେମାନଙ୍କୁ ସବୁପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲୋ
କେତେକ ଘରୋଇ ହସ୍ପିଟାଲ୍/କ୍ଲିନିକ୍ଗୁଡ଼ିକ କୋଭିଡ୍-୧୯ ସଂକ୍ରମଣ ଆଶଙ୍କାରେ ଅବା ସେମାନଙ୍କ ହସ୍ପିଟାଲ୍/କ୍ଲିନିକ୍ ବନ୍ଦକରି ଅନେକ ଜଟିଳ ରୋଗ ଯଥା-ଡାଏଲିସିସ୍, ବ୍ଲଡ୍ ଟ୍ରାନ୍ସଫୁ୍ୟଜନ୍, କେମୋ ଥେରାପି ଏବଂ ଆନୁଷ୍ଠାନିକ ପ୍ରସବ ଆଦି ଚିକିତ୍ସା ସେବା ଯୋଗାଇବାକୁ କୁ=ାବୋଧ କରୁଛନ୍ତିା କେତେକ ସ୍ଥାନରେ ରୋଗୀଙ୍କୁ ଚିକିତ୍ସା ଯୋଗାଇଦେବା ପୂର୍ବରୁ ସେମାନଙ୍କୁ କୋଭିଡ୍-୧୯ ପରୀକ୍ଷା ପାଇଁ ବାଧ୍ୟ କରୁଥିବା ସରକାରଙ୍କ ନଜରକୁ ଆସିଛି, ଯାହାକି ଗ୍ରହଣୀୟ ନୁହୋଁ ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର ନିର୍ଦ୍ଦେଶନାମା ଅନୁସାରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛିା
କୋଭିଡ୍-୧୯ ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟସେବାକୁ ସଶକ୍ତ କରିବା ଉଦ୍ଦେଶ୍ୟରେ ୬୭୯୮ ଗ୍ରାମ ପଞ୍ଚାୟତରେ ୭୨୬୧ଟି ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ସ୍ଥାପିତ ହୋଇଛିା ଏଥିରେ ମୋଟ ୧,୮୭,୩୯୫ ଶଯ୍ୟାର ବ୍ୟବସ୍ଥା କରାଯାଇଛିା
ଆଜି ରାଜ୍ୟର ୫୪୧୦ ଗ୍ରାମ ପଞ୍ଚାୟତରେ ୩,୩୯,୪୫୦ ଜଣ ନିରାଶ୍ରୟ ଓ ଅସହାୟ ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଛିା ସେହିପରି ୧୧୪ ଟି ପୌରାଞ୍ଚଳରେ ୪୦,୭୪୬ ଜଣଙ୍କୁ ରନ୍ଧାଖାଦ୍ୟ ଦିଆଯାଇଛିା
ରାଜ୍ୟରେ କୋଭିଡ୍-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ମଇ ୧ରୁ ମଇ ୨ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୨୧ଟି ମାମଲା ଦାୟର
କରାଯାଇଛିା ସେଥିରୁ ୧୯ଟି ମାମଲା ଲକ୍ ଡାଉନ୍ ସଂପର୍କିତ ହୋଇଥିବାବେଳେ ୧ଟି ହୋମ୍ କ୍ୱାରାଣ୍ଟାଇନ୍ ପାଇଁ ଏବଂ ୧ଟି ଅନ୍ୟାନ୍ୟ କୋଭିଡ୍-୧୯ ସଂପର୍କିତ ଘଟଣା ପାଇଁ ଅଟୋ ବିଭିନ୍ନ ଅଭିଯୋଗରେ ୫୮ ଜଣଙ୍କୁ ଗିରଫ କରାଯାଇଛି ।
ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୩୬୫୯୩ଟି ନମୁନା କୋଭିଡ୍-୧୯ ପରୀକ୍ଷା କରାଯାଇଛିା
ବର୍ତ୍ତମାନ ସୁଦ୍ଧା ସମୁଦାୟ ୧୫୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତିା
୫୭ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତିା
ଜଣେ କୋଭିଡ୍-୧୯ ରୋଗୀଙ୍କର ମୃତୁ୍ୟ ହୋଇଛିା
ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୯୯ ରହିଛିା
୧୯୯ ଜଣ ହସ୍ପିଟାଲ୍ ଆଇସୋଲେସନ୍ରେ ଅଛନ୍ତିା