Odisha news

କରୋନା ଭୂତାଣୁ ରୋଗ (କୋଭିଡ୍‍-୧୯)ର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ଓଡ଼ିଶା ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ଉପରେ ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ଶ୍ରୀ ସୁବ୍ରତ ବାଗ୍‍ଚୀ ଏବଂ ଜୀବ ବିଜ୍ଞାନ ପ୍ରତିଷ୍ଠାନ, ଭୁବନେଶ୍ୱରର ନିର୍ଦ୍ଦେଶକ ପଦ୍ମଶ୍ରୀ ଡ. ଅଜୟ ପରିଡ଼ା ଆଜି ଗଣମାଧ୍ୟମକୁ ସୂଚନା

0

ଭୁବନେଶ୍ୱର :୧୪ ମଇ,୨୦୨୦ :  ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟରେ କୋଭିଡ୍‍-୧୯ ପରୀକ୍ଷଣ କ୍ଷମତା ଦୈନିକ ୧୫,୦୦୦କୁ ବୃଦ୍ଧି କରିବା ଲକ୍ଷ୍ୟରେ ବଲାଙ୍ଗୀର, କୋରାପୁଟ ଏବଂ ବାରିପଦା ମେଡିକାଲ୍‍ କଲେଜ୍‍ରେ ଖୁବ୍‍ଶୀଘ୍ର ପରୀକ୍ଷା ଆରମ୍ଭ କରାଯିବା ଆଜି ପୂର୍ବାହ୍ନରେ ଭିଡ଼ିଓ କନ୍‍ଫରେନ୍ସ ଜରିଆରେ ଅନୁଷ୍ଠିତ କୋଭିଡ୍‍-୧୯ ସଂପର୍କିତ ଉଚ୍ଚକ୍ଷମତା ସଂପନ୍ନ ଆନ୍ତଃ ମନ୍ତ୍ରୀସ୍ତରୀୟ ବୈଠକରେ ଏହି ମର୍ମରେ ନିଷ୍ପତ୍ତି ନିଆଯାଇଛିା

 ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ବିଭିନ୍ନ ଜିଲ୍ଲା ପ୍ରଶାସନ ସହଯୋଗରେ ଓଡ଼ିଶାରେ ରହିଥିବା ଅନ୍ୟ ରାଜ୍ୟର ୯୨୮୭ ଜଣ ପ୍ରବାସୀ ଶ୍ରମିକ ସେମାନଙ୍କ ରାଜ୍ୟକୁ ଫେରିଛନ୍ତିା ସେମାନଙ୍କ ମଧ୍ୟରେ ପଶ୍ଚିମବଙ୍ଗର ୧୩୮୫ ଜଣ, ଛତିଶଗଡ଼ର ୪୩୬ ଜଣ, ଝାଡ଼ଖଣ୍ଡର ୨୪୨୪ ଜଣ, ରାଜସ୍ଥାନର ୬୨୦ ଜଣ, ଉତ୍ତରପ୍ରଦେଶର ୫୩୦ ଜଣ, ମଧ୍ୟପ୍ରେଦଶର ୩୪୦ ଜଣ ଓ ତେଲେଙ୍ଗାନାର ୩୨୨ ଜଣ ଶ୍ରମିକ ଥିଲୋ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୯୬ ଜଣ, ବଲାଙ୍ଗୀରରୁ ୯୧୨ ଜଣ, କଟକରୁ ୬୩୬ ଜଣ, କଳାହାଣ୍ଡିରୁ ୫୧୬ ଜଣ, ପୁରୀରୁ ୬୦୯ ଜଣ, ବାଲେଶ୍ୱରରୁ ୪୮୫ ଜଣ, ରାୟଗଡ଼ାରୁ ୪୨୩ ଜଣ ଓ ମାଲକାନଗିରିରୁ ୩୮୪ ଜଣ ଶ୍ରମିକ ସେମାନଙ୍କ ନିଜ ନିଜ ରାଜ୍ୟକୁ ଫେରିଛନ୍ତିା ଏହିସବୁ ଶ୍ରମିକମାନଙ୍କୁ ଯିବାବେଳେ ପାଣିବୋତଲ, ମାସ୍କ ଓ ଖାଦ୍ୟ ସାମଗ୍ରୀ ଇତ୍ୟାଦି ଦିଆଯାଇଛିା

 ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ କୋଭିଡ୍‍-୧୯ ମୁକାବିଲା ନିମନ୍ତେ ପ୍ରାୟ ୧୫,୦୦୦ ସଙ୍ଗରୋଧ କେନ୍ଦ୍ର (କ୍ୱାରାଣ୍ଟାଇନ୍‍ ସେଣ୍ଟର) ପ୍ରସ୍ତୁତ କରାଯାଇଛିା ପ୍ରତି ପଞ୍ଚାୟତରେ ଥିବା ଏହି କେନ୍ଦ୍ରଗୁଡ଼ିକରେ ଅନ୍ତେବାସୀମାନଙ୍କୁ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ସମେତ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ପୁଷ୍ଟିକର ଖାଦ୍ୟ, ନିୟମିତ ସ୍ୱାସ୍ଥ୍ୟ ପରୀକ୍ଷାର ସୁବିଧା କରାଯାଇଛିା ଅନ୍ତେବାସୀଙ୍କ ଶାରିରୀକ ଓ ମାନସିକ ସୁସ୍ଥତା ପାଇଁ ନିୟମିତ ଯୋଗାଭ୍ୟାସ ଓ ବ୍ୟାୟାମର ମଧ୍ୟ ଆୟୋଜନ କରାଯାଉଛିା

 ବହୁସଂଖ୍ୟାରେ ପ୍ରବାସୀ ଶ୍ରମିକମାନେ ଓଡ଼ିଶା ମଧ୍ୟ ଦେଇ ସେମାନଙ୍କ ନିଜ ନିଜ ରାଜ୍ୟ ଯଥା ପଶ୍ଚିମବଙ୍ଗ, ଛତିଶଗଡ଼, ଝାଡ଼ଖଣ୍ଡ ଓ ବିହାରକୁ ଯାଉଛନ୍ତିା ରାଜ୍ୟ ସରକାରଙ୍କ ପ୍ରୟାସ କ୍ରମେ ଏହି ପ୍ରବାସୀମାନଙ୍କୁ ରାଜ୍ୟ ସୀମାରେ ପହଞ୍ଚାଇବା ପାଇଁ ବନ୍ଦୋବସ୍ତ କରାଯାଇଛିା

 ପୂର୍ବ ଭାରତର ଅଗ୍ରଣୀ ଗବେଷଣା ସଂସ୍ଥା ଜୀବ ବିଜ୍ଞାନ ପ୍ରତିଷ୍ଠାନ (ଆଇ.ଏଲ୍‍.ଏସ୍‍), ଭୁବନେଶ୍ୱର ଦ୍ୱାରା ଏ ପର୍ଯ୍ୟନ୍ତ ଓଡ଼ିଶାରେ ୧୩,୧୨୧ ଟି କୋଭିଡ୍‍-୧୯ ପରୀକ୍ଷା ହୋଇଛିା ଆଗକୁ ମଧ୍ୟ ଏହି ପରୀକ୍ଷଣ କ୍ଷମତା ବୃଦ୍ଧି କରିବାର ଲକ୍ଷ୍ୟ ରଖାଯାଇଛିା କୋଭିଡ୍‍-୧୯ ସଂପର୍କିତ ବିଭିନ୍ନ ଉଚ୍ଚତର ଗବେଷଣା ପାଇଁ ମଧ୍ୟ ଏଠାରେ ବୈଜ୍ଞାନିକମାନେ କାର୍ଯ୍ୟରତ ଅଛନ୍ତିା

 ଦେଶର ବିଭିନ୍ନ ରାଜ୍ୟରେ ରହିଥିବା ଓଡ଼ିଆ ଭାଉଭଉଣୀମାନେ ଦୈନିକ ଓଡ଼ିଶା ଫେରୁଛନ୍ତିା ଆଜି ୧୧,୪୮୭‬ ଜଣ ଓଡ଼ିଆ ଭାଉଭଉଣୀ ଓଡ଼ିଶାରେ ପହଞ୍ଚିଛନ୍ତିା ଏ ପର୍ଯ୍ୟନ୍ତ ବାହାର ରାଜ୍ୟଗୁଡ଼ିକରୁ ଓଡ଼ିଶାକୁ ୧,୦୦,୦୩୦ ଜଣ ଫେରିଛନ୍ତିା ସେମାନେ ବସ୍‍, ଟ୍ରେନ୍‍ ଓ ଅନ୍ୟ ଯାନବାହନରେ ଆସିଛନ୍ତିା

 କୋଭିଡ୍‍-୧୯ ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ କ୍ୱାରାଣ୍ଟାଇନ୍‍ ସ୍ୱାସ୍ଥ୍ୟସେବାକୁ ସଶକ୍ତ କରିବା ଉଦ୍ଦେଶ୍ୟରେ ୬୭୯୮ ଗ୍ରାମ ପଞ୍ଚାୟତରେ ୧୪,୮୮୮ଟି ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ସ୍ଥାପିତ ହୋଇଛିା ଏଥିରେ ମୋଟ ୬,୦୦,୮୫୬ ଶଯ୍ୟାର ବ୍ୟବସ୍ଥା କରାଯାଇଛିା

 ଆଜି ରାଜ୍ୟର ୪୭୩୪ ଗ୍ରାମ ପଞ୍ଚାୟତରେ ୩,୨୧,୧୭୭ ଜଣ ନିରାଶ୍ରୟ ଓ ଅସହାୟ ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଛିା ସେହିପରି ୧୧୪ ଟି ପୌରାଞ୍ଚଳରେ ୩୫,୮୩୨ ଜଣଙ୍କୁ ରନ୍ଧାଖାଦ୍ୟ ଦିଆଯାଇଛିା

 ରାଜ୍ୟରେ କୋଭିଡ୍‍-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ମଇ ୧୩ରୁ ମଇ ୧୪ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୧୩ଟି ମାମଲା ଦାୟର କରାଯାଇଛିା ସେଥିରୁ ୧୦ଟି ମାମଲା ଲକ୍‍ ଡାଉନ୍‍ ସଂପର୍କିତ ହୋଇଥିବାବେଳେ ୩ଟି ହୋମ୍‍ କ୍ୱାରାଣ୍ଟାଇନ୍‍ ଉଲ୍ଲଂଘନ ପାଇଁ ଅଟୋ ବିଭିନ୍ନ ଅଭିଯୋଗରେ ୪୮ ଜଣଙ୍କୁ ଗିରଫ କରାଯାଇଛି ।

ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା
 ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୭୭,୧୫୦ଟି ନମୁନା କୋଭିଡ୍‍-୧୯ ପରୀକ୍ଷା କରାଯାଇଛିା
 ବର୍ତ୍ତମାନ ସୁଦ୍ଧା ସମୁଦାୟ ୬୨୪ ଜଣ ପଜିଟିଭ୍‍ ଚିହ୍ନଟ ହୋଇଛନ୍ତିା
 ୧୫୮ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତିା
 ୩ ଜଣ କୋଭିଡ୍‍-୧୯ ରୋଗୀଙ୍କର ମୃତୁ୍ୟ ହୋଇଛିା
 ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୪୬୩ ରହିଛିା
 ୫୯୪ ଜଣ ହସ୍‍ପିଟାଲ୍‍ ଆଇସୋଲେସନ୍‍ରେ ଅଛନ୍ତିା
 ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୬ ଜଣ କୋଭିଡ-୧୯ ପଜିଟିଭ୍‍ ଚିହ୍ନଟ ହୋଇଛନ୍ତି ଯେଉଁମାନେ କେବଳ କ୍ୱାରାଣ୍ଟାଇନ୍‍ ସେଣ୍ଟର ଏବଂ କଣ୍ଟେନ୍‍ମେଣ୍ଟ ଜୋନ୍‍ରୁ ଚିହ୍ନଟ ହୋଇଛନ୍ତି । ଏହା ପ୍ରଭାବୀ କ୍ୱାରାଣ୍ଟାଇନ୍‍ ନିୟମାବଳୀର ଅନୁପାଳନ ଫଳରେ ସମ୍ଭବ ହୋଇଛିା

Leave A Reply