Odisha news

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନୂତନ କମିଶନର ତଥା ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ଶ୍ରୀମତୀ ସୁଜାତା ରାଉତ କାର୍ତ୍ତିକେୟନ୍‍

0

ଭୁବନେଶ୍ୱର,୨୩/୧୧/୨୦୨୩ : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନୂତନ କମିଶନର ତଥା ଶାସନ ସଚିବ ଭାବେ ଶ୍ରୀମତୀ ସୁଜାତା ରାଉତ କାର୍ତ୍ତିକେୟନ୍‍ ଦାୟିତ୍ୱ ଗ୍ରହଣ କରିଛନ୍ତିା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ବିକାଶ ଦିଗରେ କାର୍ଯ୍ୟ କରିବା ଏକ ଗୌରବର କଥା ଓ ତାଙ୍କୁ ଏହି ଦାୟିତ୍ୱ ଦିଆଯାଇଥିବାରୁ ଏହାକୁ ସେ ଆନ୍ତରିକ ଭାବେ ସଂପାଦନ କରିବେ ବୋଲି ମତବ୍ୟକ୍ତ କରିଥିଲୋ ଏହି ଅବସରରେ ଲୋକସେବା ଭବନଠାରେ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଦିଲିପ ରାଉତରାଏ, ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ମଧୁସୂଦନ ଦାଶ, ଯୁଗ୍ମ ସଚିବ ଅତସୀ ଦାସ, ଯୁଗ୍ମ ସଚିବ ତଥା ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ସୁବୋଧ ଆଚାର୍ଯ୍ୟ, ସଂଗୀତ ନାଟକ ଏକାଡେମୀ ସଭାପତି ଅରୁଣା ମହାନ୍ତି, ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର କୁଳପତି ଡ. ପ୍ରସନ୍ନ କୁମାର ସ୍ୱାଇଁଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ତାଙ୍କୁ ସ୍ୱାଗତ କରିଥିଲୋ ଏହା ପରେ ଶ୍ରୀମତୀ କାର୍ତ୍ତିକେୟନ୍‍ ବିଭାଗର ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା କରିବା ସହ ଅଧିକାରୀମାନଙ୍କଠାରୁ ସହଯୋଗ କାମନା କରିଥିଲୋ
ଏହା ପରେ ରାଜ୍ୟ ସଂଗ୍ରହାଳୟ ପରିସରରେ ଥିବା କଳିଙ୍ଗ ଆର୍ଟ ଗ୍ୟଲେରୀରେ ବିଭୂତି କାନୁନ୍‍ଗୋ ଚାରୁ ଓ କାରୁକଳା ମହାବିଦ୍ୟାଳୟ ପକ୍ଷରୁ ଆୟୋଜିତ ୩୭ତମ ବାର୍ଷିକ ଚିତ୍ରକଳା ପ୍ରଦର୍ଶନୀକୁ ବୁଲି ଦେଖିବା ସହ ଶ୍ରୀମତୀ କାର୍ତ୍ତିକେୟନ୍‍ ଖୁସି ବ୍ୟକ୍ତ କରିଥିଲୋ ଏଭଳି ଚିତ୍ରକଳା ଆୟୋଜନ କରିଥିବାରୁ ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା ଓ ଛାତ୍ରଛାତ୍ରୀମାନଙ୍କର ସେ ପ୍ରଶଂସା କରିଥିଲୋ ଏହି ଅବସରରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ଗଜେନ୍ଦ୍ର କୁମାର ପାଢ଼ୀ, ରାଜ୍ୟ ସଂଗ୍ରହାଳୟର ଅଧୀକ୍ଷକ ଡ. ଭାଗ୍ୟଲିପି ମଲ୍ଲଙ୍କ ସମେତ ସଂଗ୍ରହାଳୟର ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲୋ

Leave A Reply