Odisha news

ରାଜ୍ୟରେ ୧୩୬ କରୋନା ପଜିଟିଭ୍‌‌ ଚିହ୍ନଟ

0

ଭୁବନେଶ୍ୱର: ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ସୂଚନା ଅନୁସାରେ ରାଜ୍ୟରେ ୧୩୬ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଥିବା ୧୩୬ ଆକ୍ରାନ୍ତଙ୍କ ମଧ୍ୟରୁ ୨ଜଣ ସ୍ଥାନୀୟ ବାସିନ୍ଦା ହୋଇଥିବା ବେଳେ ୧୩୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ।

ଖୋର୍ଦ୍ଧାରୁ ୧୭ଜଣ,କନ୍ଧମାଳରୁ ୧୫ଜଣ, ମୟୂରଭଞ୍ଜରୁ ୯ଜଣ,କେନ୍ଦୁଝରରୁ ୮ଜଣ,କଟକରୁ ୭ଜଣ,ଗଜପତିରୁ ୭ଜଣ,ଝାରସୁଗୁଡ଼ାରୁ ୪ଜଣ,ଢେଙ୍କାନାଳରୁ ୩ଜଣ, ପୁରୀରୁ ୩ଜଣ ଗଞ୍ଜାମ ୩ଜଣ,କଳାହାଣ୍ଡି ୨ଜଣ ଓ ODRAF/ NDRF/Fire Servicesର ୫୪ ଜଣ ଅଛନ୍ତି। ଏମାନେ ସମସ୍ତେ ବାତ୍ୟା ‘ଅମ୍ପନ୍‌’ ଯୋଗୁ ଅଧିକ କ୍ଷୟକ୍ଷତି ହୋଇଥିବା ପଶ୍ଚିମବଙ୍ଗରେ ଉଦ୍ଧାର କାର୍ଯ୍ୟ ସାରି ଓଡ଼ିଶା ଫେରିଥିଲେ।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮୬ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧,୦୯୨ଜଣ ଚିକିତ୍ସାଧୀନ ଥିବାବେଳେ ୨,୨୮୨ଜଣ ସୁସ୍ଥ ହୋଇଛନ୍ତି। ତେବେ ୯ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୩ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି।

Leave A Reply