Odisha news

ଭୁବନେଶ୍ୱର-ବଲାଙ୍ଗୀର ଏକ୍ସପ୍ରେସ ସୋନପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ : ସୋନପୁର ଷ୍ଟେସନରୁ ମାନ୍ୟବର ସାଂସଦଙ୍କ ଦ୍ୱାରା ଶୁଭାରମ୍ଭ |

0

ବଲାଙ୍ଗୀର ପାର୍ଶ୍ୱରୁ ସୋନପୁର ପର୍ଯ୍ୟନ୍ତ ଟ୍ରେନ୍ ଲାଇନ କାର୍ଯ୍ୟକ୍ଷମ ହେବା ଏବଂ ସ୍ଥାନୀୟ ଲୋକଙ୍କ ଆକାଂକ୍ଷାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ଏକ୍ସପ୍ରେସକୁ ସୋନପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ କରାଯାଇଛି |

ଏହି ଟ୍ରେନର ପ୍ରାରମ୍ଭିକ ଚଳାଚଳ ଦିବସରେ ବଲାଙ୍ଗୀର ମାନ୍ୟବର ସାଂସଦ ଶ୍ରୀମତୀ ସଂଗୀତ କୁମାରୀ ସିଂଦେଓ ସୋନପୁର ଷ୍ଟେସନ ଠାରେ ଏହି ଟ୍ରେନକୁ ସବୁଜ ପତାକା ପ୍ରଦର୍ଶନ କରାଇ ଶୁଭାରମ୍ଭ କରିଛନ୍ତି |

12893 ଭୁବନେଶ୍ୱର-ବଲାଙ୍ଗୀର-ସୋନପୁର ଏକ୍ସପ୍ରେସ ବାଲାଙ୍ଗୀରରେ ପହଞ୍ଚିବା ପରେ ଅପରାହ୍ନ 01ଘ.45ମି.ରେ ସୋନପୁର ଅଭିମୁଖେ ଯାତ୍ରା କରିବ ଏବଂ ଅପରାହ୍ନ 03ଘ.15ମି.ରେ ସୋନପୁରରେ ପହଞ୍ଚିବ | ଫେରିବା ମାର୍ଗରେ 12894 ସୋନପୁର-ଭୁବନେଶ୍ୱର ଏକ୍ସପ୍ରେସ ସୋନପୁରରୁ ଅପରାହ୍ନ 01 ଘଟିକାରେ ଛାଡି ଅପରାହ୍ନ 02ଘ.25ମି.ରେ ବାଲାଙ୍ଗୀରରେ ପହଞ୍ଚିବ | ଏହି ଟ୍ରେନ୍ ଅପରାହ୍ନ 02ଘ.45ମି.ରେ ବାଲାଙ୍ଗୀର ଷ୍ଟେସନରୁ ଛାଡି ରାତ୍ରି 09ଘ.45ମି.ରେ ଭୁବନେଶ୍ୱରରେ ପହଞ୍ଚିବ |  ଏହି ଟ୍ରେନ 14.03.2024 ଠାରୁ ସୋନପୁର ରୁ ଏବଂ 15.03.2024 ଠାରୁ ଭୁବନେଶ୍ୱରରୁ ନିୟମିତ ଚଳାଚଳ କରି ସେବା ପ୍ରଦାନ କରିବ  |

12893/12894 ଭୁବନେଶ୍ୱର-ସୋନପୁର-ଭୁବନେଶ୍ୱର ଏକ୍ସପ୍ରେସର ସମେସରଣୀ ଓ ରହଣି ଷ୍ଟେସନ ଉଭୟ ପାର୍ଶ୍ୱରୁ ଭୁବନେଶ୍ୱର ଏବଂ ବଲାଙ୍ଗୀର ମଧ୍ୟରେ ଅପରିବର୍ତ୍ତିତ ରହିବ |  ବଲାଙ୍ଗୀର ଏବଂ ସୋନପୁର ମଧ୍ୟରେ ଏହି ଟ୍ରେନ୍ ବିଛୁପାଲି, ଝରତରଭା ଏବଂ ନରସିଂହଗଡ଼ ରେଳ ଷ୍ଟେସନରେ ରହଣି କରିବ |

Leave A Reply