ପୁରୀ ଏବଂ ବିକାନେର ମଧ୍ୟରେ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ରେଳ ମନ୍ତ୍ରଣାଳୟ ପକ୍ଷରୁ ନିମ୍ନଲିଖିତ ଅନୁଯାୟୀ ନିଷ୍ପତ୍ତି ନିଆଯାଇଅଛି …
04709/04710 ବିକାନେର-ପୁରୀ-ବିକାନେର ସ୍ପେଶାଲ୍ ଟ୍ରେନ ବିକାନେର ଠାରୁ ଜୁନ ମାସ ୧୩ ତାରିଖରୁ ପ୍ରତ୍ୟେକ ରବିବାର ଦିନ ସନ୍ଧ୍ୟା ୭ଘ ୩୫ମି ରେ ଛାଡିବାକୁ ଥିବାବେଳେ ଏହି ଟ୍ରେନ ପୁରୀ ଠାରୁ ଜୁନ ମାସ ୧୬ ତାରିଖ ଠାରୁ ପ୍ରତ୍ୟେକ ବୁଧବାର ଦିନ ସକାଳ ୦୬ଘ.୩୫ମି.ରେ ଛାଡି ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଚଳାଚଳ କରିବ |
ଏହି ଟ୍ରେନ ପୂର୍ବତଟ ରେଳପଥ ପରିସୀମାରେ ଖୋର୍ଦ୍ଧା ରୋଡ, ଭୁବନେଶ୍ୱର, ଢେଙ୍କାନାଳ, ତାଳଚେର ରୋଡ଼, ଅନୁଗୁଳ, ରେଢ଼ାଖୋଲ, ସମ୍ବଲପୁର ଓ ଝାରସୁଗୁଡା ରୋଡ଼ ଷ୍ଟେସନ ମାନଙ୍କରେ ରହଣି କରିବାକୁ ଥିବାବେଳେ ପୁରୀ ଓ ବିକାନେର ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଷ୍ଟେସନ ଯଥା ରାଇଗଡ଼, ବିଳାସପୁର, କାଟନୀ ମୁରୱାରା, କୋଟା ଏବଂ ଜୟପୁର ଭଳି ଗୁରୁତ୍ୱପୂର୍ଣ୍ଣ ଷ୍ଟେସନ ମାନଙ୍କରେ ରହଣି କରିବ |
Comments are closed.