Odisha news

ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସ ଏବେ ଭବାନିପାଟଣା ସହରରେ

0

ଭୁବନେଶ୍ୱର / ଭବାନିପାଟଣା: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧିପାଉଥିବା ରିଲାଏନ୍ସ ରିଟେଲ୍ ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର କଳାହାଣ୍ଡି ଜିଲ୍ଲାର ଭବାନିପାଟଣା ସହରରେ ତାହାର ନୂଆ ଷ୍ଟୋର ଖୋଲିବା ସମ୍ପର୍କରେ ଘୋଷଣା କରିଛି ।

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରରେ ଗଣତନ୍ତ୍ରର ବିକାଶ କରିଛି । ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି ।

ଭବାନିପାଟଣାର ଏହି ଟ୍ରେଣ୍ଡ୍‌ସ ଷ୍ଟୋରର ମଡର୍ଣ୍ଣ ଲୁକ୍ ଏବଂ ଆମ୍ବିଏନ୍ସ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି । ଏହି ସହରର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟରମେନ୍ସ ୱିୟରକିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇବାକୁ ଆଶା ରଖିପାରିବେ ।

ଏହି ୧୪୨୨୩ ବର୍ଗଫୁଟର ଷ୍ଟୋର ହେଉଛି ଭବାନିପାଟଣା ସହରର ପ୍ରଥମ ଟ୍ରେଣ୍ଡ୍‌ସ ଷ୍ଟୋର ଯେଉଁଥିରେ ଗ୍ରାହକମାନଙ୍କ ପାଇଁ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟ ସହିତ ସ୍ୱତନ୍ତ୍ର ପ୍ରାରମ୍ଭିକ ଅଫର ରହିଛି । ଯେପରିକି ୩୪୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ୧୯୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ । କେବଳ ସେତିକି ନୁହେଁଗ୍ରାହକମାନେ ୨୯୯୯ ଟଙ୍କାର କିଣାକିଣି ସହିତ ୩୦୦୦ ଟଙ୍କା ମୂଲ୍ୟର କୁପନ୍ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ ।

ଅନନ୍ୟ ଫ୍ୟାଶନ୍ ସପିଙ୍ଗ୍ ଅନୁଭୁତି ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟିଛି ଭବାନିପାଟଣାରେ ଖୋଲିଥିବା ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍ ।

Leave A Reply