Odisha news

୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

0

ଭୁବନେଶ୍ୱର ,୨୭ ଅଗଷ୍ଟ – ଉତର ଆଭ୍ୟନ୍ତରୀଣ ଓଡ଼ିଶା ଓ ନିକଟବର୍ତୀ ଅଂଚଳ ଉପରେ ସୃଷ୍ଟି ହୋଇଥିବା ‘ୱେଲ ମାର୍କଡ୍ ଲୋ ପ୍ରେସର ବର୍ତମାନ ଦକ୍ଷିଣ-ପଶ୍ଚିମ ଝାଡ଼ଖଣ୍ଡ ଉପରେ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଦକ୍ଷିଣ-ପଶ୍ଚି ମୌସୁମୀ ବାୟୁ ସକ୍ରିୟ ହୋଇଉଠିଛି । ଫଳରେ ଆସନ୍ତା ୨୪ ଘଂଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାମାନଙ୍କର ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।
ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ନୂଆପଡ଼ା ଓ ନବରଙ୍ଗପୁର ଆଦି ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଦୃଷ୍ଟିରୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କାରାଯାଇଛି ।
ଗତ ୨୪ଘଂଟାରେ ସମଗ୍ର ଓଡ଼ିଶାରେ ୫୭.୯ ମିମି ବର୍ଷା ରେକର୍ଡ କରାଯାଇଛି । ସ୍ୱାଭାବିକ ବର୍ଷା ୧୨.୧ ମିମି ଠାରୁ ୩୭୮ପ୍ରତିଶତ ଅଧିକ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Leave A Reply